
ଭୁବନେଶ୍ଵର, ପୁଣି ଥରେ ରାଜ୍ୟକୁ ଫେରିବ ଶୀତ । ଆଗାମୀ ୨ ଦିନ ପରେ ରାଜ୍ୟର ଅନେକ ସ୍ଥାନରେ ରାତ୍ରି ତାପମାତ୍ରା ୩ ରୁ ୫ ଡ଼ିଗ୍ରୀ ତଳକୁ ଖସିବା ସହ ଶୀତର ପ୍ରକୋପ ବଢିବାର ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି।