
ଭୁବନେଶ୍ୱର, ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଶ୍ରଦ୍ଧାଂଜଳି ଜଣାଇଛନ୍ତି। ସେ ଟ୍ୱିଟ କରି କହିଛନ୍ତି ଯେ – ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ, ବିଶିଷ୍ଟ ସାହିତ୍ୟିକ ତଥା ରାଜନୀତିଜ୍ଞ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି। ଓଡ଼ିଆ ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରର ଉନ୍ନତି ସହ ରାଜ୍ଯର ବିକାଶଧାରାକୁ ଆଗେଇ ନେବାରେ ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ।