ଭୁବନେଶ୍ୱର,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ସକାଳେ ବାଲେଶ୍ୱର ସାଂସଦ ପ୍ରତାପ ଷଡଙ୍ଗୀଙ୍କ ସହ କଥାବାର୍ତା ହୋଇ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି । ଶ୍ରୀ ପ୍ରଧାନ ନିଜେ ଟ୍ୱିଟ କରି ଏହି ସୂଚନା ଦେଇଛନ୍ତି ।
ସେ ଟ୍ୱିଟ କରି କହିଛନ୍ତି ଯେ – ଆମ ଦଳର ସାଂସଦ ତଥା ବରିଷ୍ଠ ନେତା ପ୍ରତାପ ଷଡଙ୍ଗୀ ନନା ଅସୁସ୍ଥ ହୋଇ ମେଡିକାଲରେ ଚିକିତ୍ସାଧୀନ ଥିବା ଖବର ପାଇବା ପରେ ତାଙ୍କ ସହ କଥା ହୋଇ ସ୍ୱାସ୍ଥ୍ୟାବସ୍ଥା ପଚାରିବୁଝିଲି । ତାଙ୍କର ଆଶୁ ଆରୋଗ୍ୟ କାମନା କରୁଛି । ସେ ଶୀଘ୍ର ସୁସ୍ଥ ହୋଇ କାର୍ଯ୍ୟ କ୍ଷେତ୍ରରେ ଯୋଗ ଦିଅନ୍ତୁ, ଏହା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଖରେ ପ୍ରାର୍ଥନା ।