
ଭୁବନେଶ୍ୱର, ବିଜେପି ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ବାଲେଶ୍ୱର ସାଂସଦ ପ୍ରତାପ ଷଡଙ୍ଗୀଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ଆମ ଦଳର ବରିଷ୍ଠ ନେତା, ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବାଲେଶ୍ବର ସାଂସଦ ଶ୍ରୀ ପ୍ରତାପ ଷଡଙ୍ଗୀ ଅସୁସ୍ଥତା କାରଣରୁ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଖବର ଜାଣିବାକୁ ପାଇଲି। ତାଙ୍କର ଆଶୁ ଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ।