
ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୃତ୍ୟଗୁରୁ କେଳୁଚରଣ ମହାପାତ୍ରଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – କିମ୍ବଦନ୍ତୀ ଓଡ଼ିଶୀ ନୃତ୍ୟଗୁରୁ କେଳୁଚରଣ ମହାପାତ୍ରଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି । ଶାସ୍ତ୍ରୀୟ ନୃତ୍ୟ ଓଡ଼ିଶୀର ଗରିମା ବୃଦ୍ଧି ସହ ଏହାକୁ ଋଦ୍ଧିମନ୍ତ କରିବାରେ ତାଙ୍କ ଜୀବନବ୍ୟାପି ସାଧନା ସର୍ବଦା ପ୍ରେରଣାର ଉତ୍ସ ।