ଭୁବନେଶ୍ଵର, ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ଦିନର ସର୍ବୋଚ୍ଚ ତାପମାତ୍ରା ମାଲକାନଗିରିରେ ୩୦.୦ ଡ଼ିଗ୍ରୀ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା ଫୁଲବାଣୀରେ ୪.୯ ଡ଼ିଗ୍ରୀ ଏବଂ କିରେଇରେ ୪.୩ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ପାର୍ବତ୍ୟାଚଂଳରେ ସର୍ବନିମ୍ନ ତାପମାତ୍ରା ସିମିଳିଗୁଡ଼ାରେ ୩.୭ ଡ଼ିଗ୍ରୀ ରେକର୍ଡ଼ ହୋଇଛି ।
ସେହିପରି ରାଜଧାନୀ ଭୁବନେଶ୍ଵରରେ ଦିନର ସର୍ବୋଚ୍ଚ ତାପମାତ୍ରା ୨୮.୭ ଡ଼ିଗ୍ରୀ ଏବଂ ସର୍ବନିମ୍ନ ତାପମାତ୍ରା ୧୨.୫ ଡ଼ିଗ୍ରୀ ରେକର୍ଡ଼ ହୋଇଛି । କଟକରେ ସର୍ବୋଚ୍ଚ ତାପମାତ୍ରା ୨୭.୬ ଡ଼ିଗ୍ରୀ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା ୧୨.୪ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିଛି । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।