ଭୁବନେଶ୍ଵର, ଆସୁଛି ପଶ୍ଚିମା-ଝଡ଼। ଏହାର ପ୍ରଭାବରେ ଆସନ୍ତା ୧୭ ତାରିଖ ବେଳକୁ ରାଜ୍ୟରେ କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ ଏବଂ ଢେଙ୍କାନାଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ ବିଭାଗ । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।