
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ଦିନ ଭର୍ଚୁଆଲ ମାଧ୍ୟମରେ ତେଲେଙ୍ଗାନାର ସିକନ୍ଦରାବାଦ ଓ ଆନ୍ଧ୍ର ପ୍ରଦେଶର ବିଶାଖାପାଟନମ ମଧ୍ୟରେ ବନ୍ଦେ ଭାରତ ଏକ୍ସପ୍ରେସକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ।
ଏହି ଅବସରରେ ଆୟୋଜିତ କାର୍ଯକ୍ରମରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଏହା ଦ୍ୱାରା ଇଜ ଅଫ ଲିଭିଂ ବଢିବ ଓ ପର୍ଯ୍ୟଟନକୁ ପ୍ରୋତ୍ସାହନ ମିଳିବ। ଅର୍ଥନୀତିକୁ ମଧ୍ୟ ଏହାର ଲାଭ ମିଳିବ ।