
ଭୁବନେଶ୍ୱର, ଆସନ୍ତାକାଲି (୧୭ ତାରିଖ) ହେବାକୁ ଥିବା ବସ୍ ଧର୍ମଘଟ ସ୍ଥଗିତ ହୋଇଯାଇଛି । ରାଜ୍ୟ ସରକାରଙ୍କ ସହ ଆଲୋଚନା ପରେ ଘରୋଇ ବସ୍ ମାଲିକ ସଂଘ ଧର୍ମଘଟକୁ ସ୍ଥଗିତ ରଖିବାକୁ ନିଷ୍ପତି ନେଇଛି । ଘରୋଇ ବସ୍ ମାଲିକ ସଂଘ ସଂପାଦକ ଦେବେନ୍ଦ୍ର ସାହୁ କହିଛନ୍ତି ଆମର ଦାବି ସମ୍ପର୍କରେ ରାଜ୍ୟ ସରକାରଙ୍କ ସହ ଆଲୋଚନା ହୋଇଥିଲା । ୧୦ଟି ରୁ ସରକାର ୩ଟି ଦାବି ମାନିଛନ୍ତି । ବାକି ଦାବି ଗୁଡିକ ମାର୍ଚ୍ଚ ୩୧ ସୁଦ୍ଧା ପୂରଣ ପାଇଁ ପ୍ରତିଶ୍ରୁତି ମିଳିଛି । ଏହି ସମୟ ସୁଦ୍ଧା ଦାବି ପୂରଣ ନହେଲେ ପରବର୍ତୀ ପଦକ୍ଷେପ ସମ୍ପର୍କରେ ନିଷ୍ପତି ନିଆଯିବ ବୋଲି ସେ କହିଛନ୍ତି ।