
ଭୁବନେଶ୍ଵର,ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ଦିନର ସର୍ବୋଚ୍ଚ ତାପମାତ୍ରା ମାଲକାନଗିରିରେ ୩୨.୫ ଡ଼ିଗ୍ରୀ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା ଫୁଲବାଣୀରେ ୧୨.୫ ଡ଼ିଗ୍ରୀ ଏବଂ କିରେଇରେ ୧୦.୭ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ପାର୍ବତ୍ୟାଚଂଳରେ ସର୍ବନିମ୍ନ ତାପମାତ୍ରା କୋରାପୁଟରେ ୮.୦ ଡ଼ିଗ୍ରୀ ରେକର୍ଡ଼ ହୋଇଛି ।
ସେହିପରି ରାଜଧାନୀ ଭୁବନେଶ୍ଵରରେ ଦିନର ସର୍ବୋଚ୍ଚ ତାପମାତ୍ରା ୨୭.୪ ଡ଼ିଗ୍ରୀ ଏବଂ ସର୍ବନିମ୍ନ ତାପମାତ୍ରା ୧୮.୭ ଡ଼ିଗ୍ରୀ ରେକର୍ଡ଼ ହୋଇଛି । କଟକରେ ସର୍ବୋଚ୍ଚ ତାପମାତ୍ରା ୨୭.୦ ଡ଼ିଗ୍ରୀ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା ୧୮.୦ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ଅନୁରୂପ ଭାବେ ରାତ୍ରି ତାପମାତ୍ରା ଭୁବନେଶ୍ଵରରେ ୧୯.୪ ଡ଼ିଗ୍ରୀ ଏବଂ କଟକରେ ୧୭.୫ ଡ଼ିଗ୍ରୀ ରେକର୍ଡ ହୋଇଛି । ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିଛି । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।