-
ଆସନ୍ତା କାଲି ଅପରାହ୍ନରେ ଅନୁଷ୍ଠିତ ହେବ ଗୁରୁତ୍ୱପୂର୍ଣ୍ଣ ରାଜ୍ୟ ପଦାଧିକାରୀ ବୈଠକ
-
କାର୍ଯ୍ୟକାରିଣୀରେ କେନ୍ଦ୍ରମନ୍ତ୍ରୀ, କ୍ଷେତ୍ରୀୟ ପ୍ରଭାରୀ, ରାଜ୍ୟ ପ୍ରଭାରୀଙ୍କ ସମେତ ସମସ୍ତ ସାଂସଦ ଓ ବିଧାୟକ, ରାଷ୍ଟ୍ରୀୟ ପଦାଧିକାରୀ, ରାଜ୍ୟ ପଦାଧିକାରୀ, ଜିଲ୍ଲା ସଭାପତି ଏବଂ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଯୋଗ ଦେବେ
-
ରାଜ୍ୟର ସାଂପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗକୁ ନେଇ ହେବ ଆଲୋଚନା
ଭୁବନେଶ୍ୱର, ରାଜ୍ୟର ସାଂପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗକୁ ନେଇ ଆସନ୍ତା ୨୨ତାରିଖରେ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ । ଗୁରୁତ୍ୱପୂର୍ଣ୍ଣ ରାଜ୍ୟ ପଦାଧିକାରୀ, ଜିଲ୍ଲା ସଭାପତି ଓ ପ୍ରଭାରୀ ବୈଠକ ଆସନ୍ତା କାଲି ୨୧ ତାରିଖ ଅପରାହ୍ନରେ ରାଜ୍ୟ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହେବ । ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହେବାକୁ ଥିବା ଏହି ଗୁରୁତ୍ୱପୂର୍ଣ୍ଣ ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ସମସ୍ତ କେନ୍ଦ୍ରମନ୍ତ୍ରୀ କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ, ରାଜ୍ୟ ପ୍ରଭାରୀ ଶ୍ରୀମତୀ ଡି.ପୁରନ୍ଦେଶ୍ୱରୀ, ସମସ୍ତ ସାଂସଦ ଓ ବିଧାୟକ, ରାଷ୍ଟ୍ରୀୟ ପଦାଧିକାରୀ, ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ଜିଲ୍ଲା ସଭାପତି, ଜିଲ୍ଲା ପ୍ରଭାରୀ ଏବଂ ବିଭିନ୍ନ ମୋର୍ଚ୍ଚା ସଭାପତିମାନେ ପ୍ରମୁଖ ଯୋଗ ଦେବେ । ୨୨ତାରିଖରେ ହେବାକୁ ଥିବା ଏହି କାର୍ଯ୍ୟକାରିଣୀ ବୈଠକ ଭୁବନେଶ୍ୱରର ହୋଟେଲ ପଦ୍ମଜା ପ୍ରିମିୟମ, ଚନ୍ଦ୍ରଶେଖରପୁରଠାରେ ଅନୁଷ୍ଠିତ ହେବ ବୋଲି ରାଜ୍ୟ ସାଧାରଣ ସଂପାଦକ ଶ୍ରୀ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି ।