ପୁରୀ,ପୁରୀ ଜିଲ୍ଲା ପରିଷଦର ୪ ର୍ଥ ବୈଠକ ପୂର୍ବାହ୍ନରେ ଜିଲ୍ଲା ପରିଷଦ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଥିଲା।ଏଥିରେ ଅଧ୍ୟକ୍ଷତା କରି ଜିଲ୍ଲା ପରିଷଦର ସଭାପତି ସ୍ୱପ୍ନାରାଣୀ ସ୍ୱାଇଁ ସମସ୍ତ ଙ୍କୁ ସ୍ୱାଗତ କରିବା ସହ ପୁରୀ କୁ ଏକ ସମୃଦ୍ଧ ଓ ବିକଶିତ ଜିଲ୍ଲାରେ ପରିଣତ କରିବାକୁ ସମସ୍ତଙ୍କ ସହଯୋଗ କାମନା କରିଥିଲେ।ଏହି ବୈଠକରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, କ୍ରିଡା ଓ ଯୁବ ସେବା ଓ ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାର କାନ୍ତି ବେହେରା, ପୁରୀ ଲୋକସଭା ସାଂସଦ ପିନାକୀ ମିଶ୍ର,ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ, ବ୍ରହ୍ମଗିରି ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର,ପିପିଲି ବିଧାୟକ ରୁଦ୍ର ପ୍ରସାଦ ମହାରଥୀ,ପୁରୀ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ, ଜିଲ୍ଲାପାଳ ସମର୍ଥ ବର୍ମା,ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ସ୍ୱାଧୀନ କୁମାର ନାୟକ ପ୍ରମୁଖ ଯୋଗ ଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଓ କାର୍ଯ୍ୟ ନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ମହାପାତ୍ର କାର୍ଯ୍ୟସୂଚୀ ଅନୁସାରେ ବୈଠକ ପରିଚାଳନା କରିଥିଲେ।
ସର୍ବଶିକ୍ଷା ଅଭିଯାନର ବିବିଧ ଯୋଜନା, ଶିକ୍ଷା ବିଭାଗର ମଧ୍ୟାହ୍ନ ଭୋଜନ ଓ ଅନ୍ୟାନ୍ୟ ଯୋଜନା ,କୃଷି ବିଭାଗ, ଉଦ୍ୟାନ ବିଭାଗ, ଗ୍ରାମ୍ୟ ନିର୍ମାଣ ବିଭାଗ, ଗ୍ରାମୀଣ ପାନୀୟ ଜଳ ଯୋଗାଣ, ଜଳ ସେଚନ ବିଭାଗ, ଯୋଗାଣ ବିଭାଗ, ମତ୍ସ୍ୟ ବିଭାଗ, ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ, ବିଦ୍ୟୁତ ବିଭାଗ, ଜିଲ୍ଲା ସମାଜ କଲ୍ୟାଣ ବିଭାଗ, ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ, ଜିଲ୍ଲା ପରିଷଦ ର ବିଭିନ୍ନ ଯୋଜନା ସମ୍ପର୍କରେ ଆଲୋଚନା କରାଯାଇଥିଲା।
ନିୟମିତ ବ୍ୟବଧାନରେ ଜିଲ୍ଲା ପରିଷଦ ବୈଠକ ଆହ୍ବାନ କରିବାକୁ ସଦସ୍ୟ ମାନେ ମତଦେଇଥିଲେ।ବୈଠକରେ କେତେକ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଅନୁପସ୍ଥିତ ରହୁଥିବାରୁ ସଦସ୍ୟ ମାନେ କ୍ଷୋଭ ପ୍ରକାଶ କରିଥିଲେ। ଆଗାମୀ ବୈଠକ ମାନଙ୍କ ରେ ନିଶ୍ଚିତ ଭାବେ ସେମାନେ ଉପସ୍ଥିତ ରହିବେ ବୋଲି ନିର୍ଦ୍ଦେଶ ଦିଆଗଲା।
ପ୍ରାରମ୍ଭର ୧୧ ନମ୍ବର ଯୋନର ଜିଲ୍ଲା ପରିଷଦ ସଦସ୍ୟ ଙ୍କ ବିୟୋଗରେ ନୀରବ ପ୍ରାର୍ଥନା କରାଯାଇଥିଲା।ଅନ୍ୟ ମାନଙ୍କ ମଧ୍ୟରେ ଜଗତସିଂହପୁର ଲୋକସଭା ସାଂସଦ ଙ୍କ ପ୍ରତିନିଧି, ଜିଲ୍ଲା ପରିଷଦ ସଦସ୍ୟ ବୃନ୍ଦ,ବିଭିନ୍ନ ପଞ୍ଚାୟତ ସମିତିର ଅଧ୍ୟକ୍ଷ, ବିଭିନ୍ନ ଵିଭାଗର ଅଧିକାରୀ ଓ ଲାଇନ ଡିପାର୍ଟମେଣ୍ଟ ଅଧିକାରୀ ପ୍ରମୁଖ ଯୋଗ ଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।
Related Stories
November 24, 2024
November 24, 2024