ପୁରୀ,ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଜାତୀୟ ମତଦାତା ଦିବସ ପାଳନ ଅବସରରେ ଏକ ମତଦାତା ଶପଥ ପାଠ ଅନୁଷ୍ଠିତ ହୋଇଥିଲା । ଏଥିରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ପ୍ରଦୀପ କୁମାର ସାହୁ ଅଧ୍ୟକ୍ଷତା କରିବା ସହ ଗଣତନ୍ତ୍ରକୁ ସୁଦୃଢ କରିବାରେ ମତଦାତାର ଭୂମିକା ଗୁରୁତ୍ଵପୂର୍ଣ୍ଣ ବୋଲି କହିବା ସହ ପ୍ରତ୍ୟେକ ମତଦାତା ସେମାନଙ୍କ ମତାଧିକାର ନିଶ୍ଚିତ ସାବ୍ୟସ୍ତ କରିବାକୁ ଅନୁରୋଧ କରିଥିଲେ ।
ଏହି ଶପଥ ପାଠରେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ଵ କୈଳାଶ ଚନ୍ଦ୍ର ନାୟକ, ଉପଜିଲ୍ଲାପାଳ ଭବତାରଣ ସାହୁ, ଡେପୁଟି କଲେକ୍ଟର ସୁମନ୍ତ କୁମାର କର, ସହକାରୀ ଜିଲ୍ଲାପାଳ ରାଜ ବଲ୍ଲଭ ନାୟକ, ଜିଲ୍ଲା ସଂସ୍କୃତି ଅଧିକାରୀ ହେମନ୍ତ ବେହେରା ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ଓ କର୍ମଚାରୀ ମାନେ ଉପସ୍ଥିତ ରହି ଶପଥ ନେଇଥିଲେ ।