ଢ଼େଙ୍କାନାଳ, କଲରାପତରିଆ ବାଘର ଗଳିତ ମୃତଦେହ ଠାବ ହୋଇଛି । ଢ଼େଙ୍କାନାଳ ଜିଲା ହିନ୍ଦୋଳ ଫରେଷ୍ଟ ରେଞ୍ଜ୍ ଅନ୍ତର୍ଗତ ଦୁଦୁରକୋଟ ଗାଁ ନିକଟ ଜଙ୍ଗଲରୁ ଏହି ବାଘର ଗଳିତ ମୃତଦେହ ଠାବ ହୋଇଛି । ପ୍ରାୟ ଦୁଇ ଦିନ ତଳେ ବାଘଟିର ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି । ଖବର ପାଇ ବନ ବିଭାଗର ଏକ ଟିମ୍ ଘଟଣାସ୍ଥଳରେ ପହଂଚି ସ୍ଥିତିର ଅନୁଧ୍ୟାନ କରୁଛନ୍ତି । କିପରି ଓ କେଉଁ ପରିସ୍ଥିତିରେ ବାଘଟିର ମୃତ୍ୟୁ ଘଟିଛି ସେନେଇ ତଦନ୍ତ କରୁଛି ବନ ବିଭାଗ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO