ବଲାଙ୍ଗିର, ଆଜି ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ମହାପ୍ରୟାଣ ଦିବସ (ଶହିଦ ଦିବସ ) ଉପଲକ୍ଷେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ଏହି ଦିବସ ପାଳନ ଉପଲକ୍ଷେ ଆଜି ପୂର୍ବାହ୍ନରେ ଗାନ୍ଧୀନଗର ପଡା ସ୍ଥିତ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଜିଲ୍ଲାପାଳ ଚଞ୍ଚଳ ରାଣା, ପୌର ପରିଷଦର ଅଧ୍ୟକ୍ଷ୍ୟା ଲିକା ସାହୁ, ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ, ସମାଜସେବୀ ବିକ୍ରମାନନ୍ଦ ବହିଦାର, ନୀଳମଣି ମିଶ୍ର, ଜୟରାମ ମିଶ୍ର, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜୟଦେବ ପାଣିଗ୍ରାହୀ, ସନ୍ଦିପ କୁମାର କୁଅଁରଙ୍କ ସମେତ ମାନ୍ୟଗଣ୍ୟ ବ୍ୟକ୍ତି ମାନେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।
ସେହିପରି ଗାନ୍ଧୀ ଭବନ ସମ୍ମୁଖସ୍ଥ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଜିଲ୍ଲା ପ୍ରଶାସନ ଓ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ତରଫରୁ ପୁଷ୍ପମାଲ୍ୟ ଅର୍ପଣ କରାଯାଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା ।