
ଭୁବନେଶ୍ଵର, ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ଦିନର ସର୍ବୋଚ୍ଚ ତାପମାତ୍ରା ତାଳଚେରରେ ୩୪.୨ ଡ଼ିଗ୍ରୀ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା ଫୁଲବାଣୀରେ ୧୩.୫ ଏବଂ କିରେଇରେ ୧୨.୪ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ପାର୍ବତ୍ୟାଚଂଳରେ ସର୍ବନିମ୍ନ ତାପମାତ୍ରା ସିମିଳିଗୁଡ଼ାରେ ୧୧.୪ ଡ଼ିଗ୍ରୀ ରେକର୍ଡ଼ ହୋଇଛି ।
ସେହିପରି ରାଜଧାନୀ ଭୁବନେଶ୍ଵରରେ ଦିନର ସର୍ବୋଚ୍ଚ ତାପମାତ୍ରା ୩୧.୮ ଡ଼ିଗ୍ରୀ ଏବଂ ସର୍ବନିମ୍ନ ତାପମାତ୍ରା୧୭.୨ ଡ଼ିଗ୍ରୀ ରେକର୍ଡ଼ ହୋଇଛି । କଟକରେ ସର୍ବୋଚ୍ଚ ତାପମାତ୍ରା ୩୧.୦ ଡ଼ିଗ୍ରୀ ଓ ସର୍ବନିମ୍ନ ତାପମାତ୍ରା ୧୭.୦ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିଛି । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।