
ବଲାଙ୍ଗିର, ଫେବୃଆରୀ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ଧାର୍ଯ୍ୟ କରାଯାଇଛି । ତଦନୁସାରେ ଫେବୃଆରୀ ମାସ ୬ ତାରିଖ(ସୋମବାର) ସକାଳ ୧୦ଟା ୩୦ ମିନିଟ ସମୟରେ ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟ।ଳୟ ସମ୍ମିଳନୀ କକ୍ଷ ଠାରେ,୧୩ ତାରିଖରେ ଆଗଲପୁର ବ୍ଲକ ଅନ୍ତର୍ଗତ ଝରଣିପାଲି ଗ୍ରାମପଞ୍ଚାୟତ କାର୍ଯ୍ୟ।ଳୟ ଠାରେ , ୨୦ ତାରିଖରେ ବେଲପଡା ବ୍ଲକ ଅନ୍ତର୍ଗତ ବେହେରାମୁଣ୍ଡା ଗ୍ରାମପଞ୍ଚାୟତର ଧୂଙ୍ଗିଆମୁଣ୍ଡା ଠାରେ, ୨୭ ତାରିଖରେ ଗୁଡଭେଲା ବ୍ଲକ ଅନ୍ତର୍ଗତ ଦେଉଳଗୁଡି ଗ୍ରାମପଞ୍ଚାୟତ କାର୍ଯ୍ୟ।ଲୟ ଠାରେ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ଅନୁଷ୍ଠିତ ହେବ ।
ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମରେ ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ସେମାନଙ୍କର ବ୍ୟକ୍ତିଗତ ତଥା ସାମୁହିକ ସମସ୍ୟାମୂଳକ ଅଭିଯୋଗ ଜଣାଇପାରିବେ । ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମରେ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଓ ବ୍ଲକ ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ରହି ସମ୍ପୃକ୍ତ ଅଞ୍ଚଳର ଜନସାଧାରଣଙ୍କ ଅଭିଯୋଗ ଶୁଣାଣୀ କରି ସମାଧାନ ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରିବେ । ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ଏହି ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମରେ ନିଜ ନିଜର ଅଭିଯୋଗ ଜଣାଇବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି ।