
କୈଳାଶ ଚନ୍ଦ୍ର ପଣ୍ଡାଙ୍କ ରିପୋର୍ଟ, ପୁରୀ,
ବ୍ରହ୍ମଗିରି ବ୍ଲକ ବେଣ୍ଟପୁର ପଞ୍ଚାୟତ କଟକପଡା ଗ୍ରାମ ଠାରେ ପୂର୍ବତନ ମନ୍ତ୍ରୀ ଶ୍ରୀଯୁକ୍ତ ସଞ୍ଜୟ କୁମାର ଦାସବର୍ମାଙ୍କ କରକମଳରେ 12ଲକ୍ଷ ଟଙ୍କା ବ୍ୟୟରେ ସାଥି ଭଉଣୀ ଯୁବକ ସଂଘ ନୂତନ ଗୃହର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହୋଇଯାଇଅଛି। ଏହି କାର୍ଯ୍ୟକ୍ରମରେ ସମ୍ମାନୀୟ ଅତିଥି ଭାବେ ପୁରୀ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସ୍ଵପ୍ନାରାଣି ସ୍ଵାଇଁ, ବ୍ରହ୍ମଗିରି ବ୍ଲକ ଅଧ୍ୟକ୍ଷା ରତ୍ନମାଳା ବେହେରା, ଉପାଧ୍ୟକ୍ଷା ମାଳିନୀ ଦଲାଇ, ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ଯୁଧିଷ୍ଠିର ନାୟକ, ବ୍ରହ୍ମଗିରି ବ୍ଲକ ବିଜୁ ଜନତା ଦଳ ସଭାପତି ବିଦ୍ୟାଧର ସ୍ଵାଇଁ, ବେଣ୍ଟପୁର ପଞ୍ଚାୟତ ପୂର୍ବତନ ସରପଞ୍ଚ ପର୍ଶୁରାମ ସାହୁ, ଯୁବକ ସଂଘ ସଭାପତି ଓ ଗ୍ରାମ ସଭାପତିଙ୍କ ସମେତ ଗ୍ରାମବାସୀ ବୃନ୍ଦ ଉପସ୍ଥିତ ଥିଲେ।