
ନୂଆଦିଲ୍ଲୀ, ୦୪ ଫେବୃଆରୀ – ଆଗାମୀ କର୍ଣ୍ଣାଟକରେ ହେବାକୁ ଥିବା ନିର୍ବାଚନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପ୍ରଭାରୀ ଭାବେ ଦାୟିତ୍ୱ ମିଳିଛି । ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ. ପି ନଡ୍ଡା , ଧର୍ମେନ୍ଦ୍ର ପ୍ରଧାନଙ୍କୁ ଏହି ଦାୟିତ୍ୱ ଦେଇଛନ୍ତି । ବିଜେପି ପକ୍ଷରୁ ଏକ ପ୍ରେସ ବିଜ୍ଞପ୍ତି ଜାରୀ କରି ଏହି ସୂଚନା ଦିଆଯାଇଛି ।