ଭୁବନେଶ୍ଵର,ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ଦିନର ସର୍ବୋଚ୍ଚ ତାପମାତ୍ରା ମାଲକାନଗିରିରେ ୩୫.୦ ଡ଼ିଗ୍ରୀ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା ଫୁଲବାଣୀରେ ୫.୬ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ପାର୍ବତ୍ୟାଚଂଳରେ ସର୍ବନିମ୍ନ ତାପମାତ୍ରା ଜି. ଉଦୟଗିରିରେ ୩.୨ ଡ଼ିଗ୍ରୀ ରେକର୍ଡ଼ ହୋଇଛି ।
ସେହିପରି ରାଜଧାନୀ ଭୁବନେଶ୍ଵରରେ ଦିନର ସର୍ବୋଚ୍ଚ ତାପମାତ୍ରା ୩୧.୭ ଡ଼ିଗ୍ରୀ ଏବଂ ସର୍ବନିମ୍ନ ତାପମାତ୍ରା୧୪.୪ ଡ଼ିଗ୍ରୀ ରେକର୍ଡ଼ ହୋଇଛି । କଟକରେ ସର୍ବୋଚ୍ଚ ତାପମାତ୍ରା ୨୯.୮ ଡ଼ିଗ୍ରୀ ଓ ସର୍ବନିମ୍ନ ତାପମାତ୍ରା ୧୪.୮ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିଛି । ଝାରସୁଗୁଡ଼ା, କନ୍ଧମାଳ ଓ ସୁନ୍ଦରଗଡ଼ରେ ଶୀତ ଲହରି ଜାରୀ ରହିଛି । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।