
ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ସୁଲକ୍ଷଣା ମହାପାତ୍ରଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ସୁଲକ୍ଷଣା ମହାପାତ୍ରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଦେଶର ସ୍ୱାଧୀନତା ସଂଗ୍ରାମରେ ତାଙ୍କର ଉଲ୍ଲେଖନୀୟ ଭୂମିକା ସବୁବେଳେ ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।