
ନୂଆଦିଲ୍ଲୀ,ଭାରତର ପ୍ରଧାନ ବିଚାରପତି ଡି. ୱାଇ. ଚନ୍ଦ୍ରଚୂଡ଼ ସୋମବାର ଦିନ ସୁପ୍ରିମ୍ କୋର୍ଟ ପାଇଁ ନବ ନିଯୁକ୍ତ ୫ଜଣ ବିଚାରପତିଙ୍କୁ ଶପଥ ପାଠ କରାଇଛନ୍ତି।
ଆଜି ଶପଥ ଗ୍ରହଣ କରିଥିବା ନୂଆ ବିଚାରପତିମାନେ ହେଲେ, ଜଷ୍ଟିସ୍ ପଙ୍କଜ ମିଥଲ୍, ଜଷ୍ଟିସ୍ ସଞ୍ଜୟ କରୋଲ୍, ଜଷ୍ଟିସ୍ ପି. ଭି. ସଞ୍ଜୟ କୁମାର, ଜଷ୍ଟିସ୍ ଅସାନୁଦ୍ଦୀନ ଅମନୁଲ୍ଲା ଏବଂ ଜଷ୍ଟିସ୍ ମନୋଜ ମିଶ୍ର। କେନ୍ଦ୍ର ସରକାର ସେମାନଙ୍କୁ ନିଯୁକ୍ତି ଦେଇଥିଲେ। ଏଥିପାଇଁ ଆଇନ ଓ ନ୍ୟାୟ ମନ୍ତ୍ରାଳୟ ଶନିବାର ଦିନ ବିଜ୍ଞପ୍ତି ଜାରି କରିଥିଲା।