
ନୂଆଦିଲ୍ଲୀ,ପୁଡୁଚେରୀର ମନ୍ତ୍ରୀ ଏ. ନବସିବୟମ ସୋମବାର ଦିନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଛନ୍ତି । କେନ୍ଦ୍ର ଶାସିତ ପ୍ରଦେଶ ପୁଡୁଚେରୀରେ ଶିକ୍ଷା ଓ ଦକ୍ଷତା ବିକାଶ କ୍ଷେତ୍ରରେ କାମକୁ ନେଇ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜେ ଟ୍ୱିଟ କରି ଏହି ସୂଚନା ଦେଇଛନ୍ତି ।