ଭୁବନେଶ୍ୱର, କଟକ ଜିଲ୍ଲାର ଆଠଗଡ଼ ବନଖଣ୍ଡ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ଯଦି ଥାର୍ଡ ଡିଗ୍ରିରେ ହୋଇଥାଏ, ତା’ହେଲେ ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ ବିଭାଗୀୟ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ। ହାଜତ ମୃତ୍ୟୁ ମାମଲାରେ ପ୍ରତିକ୍ରିୟା ପ୍ରକାଶ କରି ପ୍ରଧାନ ମୁଖ୍ୟ ବନ ସଂରକ୍ଷକ ଦେବୀଦତ୍ତ ବିଶ୍ୱାଳ ଏହି ସୂଚନା ଦେଇଛନ୍ତି ।
ସେ କହିଛନ୍ତି ଯେ ବନ ବିଭାଗ ହେପାଜତରେ ଜଣେ ଅଭିଯୁକ୍ତର ମୃତ୍ୟୁ ଘଟଣା ଦୁଃଖଦାୟକ। ଘଟଣାର ତଦନ୍ତ ପାଇଁ କ ଜଣେ ଅଧିକାରୀଙ୍କୁ ଆଠଗଡ଼ ପଠା ଯାଇଛି। ଆଜି ଭିତରେ ସେ ରିପୋର୍ଟ ଦେବାକୁ ନିର୍ଦେଶ ରହିଛି।ଘଟଣା ସମ୍ପର୍କରେ କଟକ ଜିଲ୍ଲାପାଳଙ୍କ ସହ ଆଲୋଚନା କରିଛି। ଅଭିଯୁକ୍ତଙ୍କର ଶବ ବ୍ୟବଛେଦ ରିପୋର୍ଟକୁ ଅପେକ୍ଷା କରାଯାଇଛି। ଯଦି ଥାର୍ଡ ଡିଗ୍ରିରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥାଏ, ତା’ହେଲେ ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ ବିଭାଗୀୟ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ।