
ଭୁବନେଶ୍ଵର, ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ଦିନର ସର୍ବୋଚ୍ଚ ତାପମାତ୍ରା ବୌଦ୍ଧରେ ୩୪.୫ ଡ଼ିଗ୍ରୀ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା ଫୁଲବାଣୀରେ ୮.୫ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ପାର୍ବତ୍ୟାଚଂଳରେ ସର୍ବନିମ୍ନ ତାପମାତ୍ରା ଜି. ଉଦୟଗିରିରେ ୬.୫ ଡ଼ିଗ୍ରୀ ରେକର୍ଡ଼ ହୋଇଛି ।
ସେହିପରି ରାଜଧାନୀ ଭୁବନେଶ୍ଵରରେ ଦିନର ସର୍ବୋଚ୍ଚ ତାପମାତ୍ରା ୩୪.୨ ଡ଼ିଗ୍ରୀ ଏବଂ ସର୍ବନିମ୍ନ ତାପମାତ୍ରା୧୫.୫ ଡ଼ିଗ୍ରୀ ରେକର୍ଡ଼ ହୋଇଛି । କଟକରେ ସର୍ବୋଚ୍ଚ ତାପମାତ୍ରା ୩୧.୫ ଡ଼ିଗ୍ରୀ ଓ ସର୍ବନିମ୍ନ ତାପମାତ୍ରା ୧୬.୫ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିଛି। ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।