ଭବାନୀପାଟଣା, ଗତକାଲି ବିଳମ୍ବିତ ପର୍ଯ୍ୟନ୍ତ ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଏବଂ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି ଙ୍କ ଯୁଗ୍ମ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ସୁଶାନ୍ତ କୁମାର ପଟେଲ, ଉପ ଜିଲ୍ଲାପାଳ, ଭବାନୀପାଟଣା ଡ. ବିଶ୍ଵଜିତ୍ ଦାସଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ୧୫୪ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୩୬ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୮ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୮ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।