-
ନବ ଦାସ ହତ୍ୟା ମାମଲା
-
ପୁଣି ୫ଦିନିଆ ରିମାଣ୍ଡରେ ଯିବା ସହ ଗୋପାଳର ହେବ ନାର୍କୋ ଟେଷ୍ଟ
ଝାରସୁଗୁଡା ଭୁବନେଶ୍ୱର, ମନ୍ତ୍ରୀ ନବ ଦାସଙ୍କୁ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ପୁଲିସ ଏଏସଆଇ ଗୋପାଳ ଦାସ ପୁଣି ୫ ଦିନିଆ ରିମାଣ୍ଡରେ ନେବ କ୍ରାଇମ ବ୍ରାଂଚ । ଜେଏଫଏମସି କୋର୍ଟ ତୃତୀୟ ଦଫାରେ ଗୋପାଳକୁ ୫ଦିନିଆ ରିମାଣ୍ଡରେ ନେବାକୁ କୋର୍ଟ ଅନୁମତି ଦେଇଛନ୍ତି | ସେହିପରି ଗୋପାଳର ନାର୍କୋ ଟେଷ୍ଟ ଓ ପଲିଗ୍ରାଫ ଟେଷ୍ଟ ପାଇଁ ମଧ୍ୟ ଅନୁମତି ମିଳିଛି | ଉଭୟ ଟେଷ୍ଟ ପାଇଁ ଗୋପାଳ ସହମତ ଥିବା କୋର୍ଟରେ କହିବା ପରେ ଏନେଇ ଅନୁମତି ମିଳିଛି |
ଉଲ୍ଲେଖନୀୟ ଯେ ନବ ଦାସଙ୍କ ହତ୍ୟା ଅଭିଯୁକ୍ତ ଗୋପାଳଙ୍କ ଦ୍ୱିତୀୟ ପର୍ଯ୍ୟାୟ ରିମାଣ୍ଡ ଅବଧି ଆଜି ଶେଷ ହେବାପରେ ତାଙ୍କୁ କୋର୍ଟରେ ହାଜର କରାଯାଇଥିଲା | ଗୋପାଳକୁ ରିମାଣ୍ଡରେ ନେବାକୁ କ୍ରାଇମବ୍ରାଞ୍ଚ ଆବେଦନ କରିଥିବାବେଳେ ଅନୁମତି ଦେଇଛନ୍ତି |