
ଭୁବନେଶ୍ୱର,ପୂର୍ବତନ ମୂଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ କଂଗ୍ରେସରେ ସାମିଲ ହେବା ପରେ ଆଜି ଭୁବନେଶ୍ୱର ପହଂଚିବା ପରେ କଂଗ୍ରେସ କର୍ମୀ ମାନଙ୍କ ପକ୍ଷରୁ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା ।
ଭୁବନେଶ୍ୱର ବିମାନବନ୍ଦର ରେ ପହଞ୍ଚିବା ପରେ ଏକ ମୋଟର ସାଇକେଲ ଶୋଭାଯାତ୍ରାରେ କଂଗ୍ରେସ ଭବନରେ ପହଞ୍ଚିଥିଲେ । ସେଠାରେ ତାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା ।