
କେନ୍ଦୁଝର,ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିନିକିଆ କେନ୍ଦୁଝର ଗସ୍ତରେ ଯାଇ ସେଠାରେ ପ୍ରତିଷ୍ଠିତ ଧରଣୀଧର ମେଡିକାଲ କଲେଜ ଏବଂ ହସ୍ପିଟାଲକୁ ଉଦ୍ଘାଟନ କରିଛନ୍ତି । ଏହି ଅବସରରେ ସେ ଏମବିବିଏସ ପ୍ରଥମ ବର୍ଷର ଶହେ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହ ସେମାନଙ୍କ ସହିତ ଫଟୋ ଉଠାଇଥିବା ଦେଖିବାକୁ ମିଳିଛି ।
ଉଲ୍ଲେଖଯୋଗ୍ୟ, ଗତକାଲି ମୁଖ୍ୟମନ୍ତ୍ରୀ ଧରଣୀଧର ସ୍ୱୟଂଶାସିତ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ପ୍ରଦାନ କରାଯିବା କଥା ଘୋଷଣା କରିଥିଲେ । ଡିଡି କଲେଜକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ମିଳିବା ପରେ କେନ୍ଦୁଝର ଜିଲ୍ଲାର ଛାତ୍ରଛାତ୍ରୀ ଉପକୃତ ହେବେ ।