ଭୁବନେଶ୍ୱର, ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ଓ ସ୍ୱାସ୍ଥ୍ୟମନ୍ତ୍ରୀ ମୃତ୍ୟୁର ତଦନ୍ତ ବାଟବଣା ପ୍ରତିବାଦରେ ଭାରତୀୟ ଜନତା ପାର୍ଟି ପକ୍ଷରୁ ଆଜି ଭୁବନେଶ୍ୱରରେ ଆନ୍ଦୋଳନ କରାଯାଉଛି । ରାଜଧାନୀର ବିଭିନ୍ନ ସ୍ଥାନରେ ଏହି ଆନ୍ଦୋଳନ କରାଯାଉଛି ।
ମିଳିଥିବା ସୂଚନା ଅନୁସାରେ ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତିକୁ ନେଇ ବିଜେପି ପକ୍ଷରୁ ଏଜି ଛକ, ପଳାଶୁଣୀ, ଆଚାର୍ଯ୍ୟ ବିହାର, ଜୟଦେବ ବିହାର, ସାମନ୍ତରାୟପୁର ଠାରେ ବିଜେପି କର୍ମୀ ମାନେ ବିକ୍ଷୋଭ କରିଥିବା ଦେଖିବାକୁ ମିଳିଛି । ସେମାନେ ରାଜ୍ୟର ଗୃହ ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଇସ୍ତଫା ଦାବି କରିଛନ୍ତି ।