ଭୁବନେଶ୍ୱର, ଗୁରୁବାର ମଧ୍ୟାହ୍ନ 11ଟାରେ ଭୁବନେଶ୍ୱର ସ୍ଥିତ ସ୍ୱସ୍ତି ପ୍ରିୟମମ ହୋଟେଲରେ ଷ୍ଟାର୍ସ(ଷ୍ଟ୍ରେନ୍ଦେନିଂ ଟିଚିଂ-ଲର୍ଣ୍ଣିଂ- ଆଣ୍ଡ୍ ରେଜଲ୍ଟ ଫର୍ ଷ୍ଟେଟ୍ସ) କାର୍ଯ୍ୟକ୍ରମର ଏକ ଦୁଇଦିନିଆ ମଧ୍ୟବର୍ତ୍ତୀକାଳୀନ ସମୀକ୍ଷା ବୈଠକ ଆରମ୍ଭ ହୋଇଛି । ଏହି ବୈଠକରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗ ଦେଇଛନ୍ତି ।
ଦୁଇ ଦିନ ଧରି ଚାଲିବାକୁ ଥିବା ଏହି ବୈଠକରେ ଷ୍ଟାର୍ସ ପ୍ରକଳ୍ପ କାର୍ଯ୍ୟକାରୀ ହେଉଥିବା ୬ଟି ରାଜ୍ୟ ଯଥା ଓଡ଼ିଶା, ରାଜସ୍ଥାନ, ମହାରାଷ୍ଟ୍ର, କେରଳ, ମଧ୍ୟପ୍ରଦେଶ ଏବଂ ହିମାଚଳ ପ୍ରଦେଶର ଶିକ୍ଷା ସଚିବମାନେ ଏହି ବୈଠକରେ ଯୋଗ ଦେଇଛନ୍ତି । । ଏହାସହ କେନ୍ଦ୍ର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗର ସଚିବ, ଶିକ୍ଷା ଓ ଦକ୍ଷତା ବିକାଶ ବିଭାଗର ବରିଷ୍ଠ ଅଧିକାରୀ ଓ ଏନସିଇଆରଟିର ଅଧିକାରୀମାନେ ମଧ୍ୟ ସାମିଲ ହୋଇଛନ୍ତି ।