-
ଝାରବନ୍ଧରେ ଆୟୋଜିତ ସଭାକୁ ସମ୍ବୋଧିତ କରି କହିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର /ବରଗଡ଼, ବର୍ଷକ ଭିତରେ ପଦ୍ମପୁରକୁ ଜିଲ୍ଲା ମାନ୍ୟତା ମିଳିବ ବୋଲି ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଝାରବନ୍ଧରେ ଆୟୋଜିତ ସାଧାରଣ ସଭାକୁ ଉଦବୋଧନ କରି ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି ।ପଦ୍ମପୁର ଉପ ନିର୍ବାଚନ ପରେ ପ୍ରଥମ ଥର ପାଇଁ ସେ ବରଗଡ ଗସ୍ତରେ ଆସିଥିଲେ ।
ସେ କହିଛନ୍ତି ଯେ ମୁଁ ପୁଣି ଝାରବନ୍ଧକୁ ଆସି ବହୁତ ଖୁସି । ଲୋକଙ୍କ ସ୍ନେହଶ୍ରଦ୍ଧା ମୋତେ ଅଭିଭୂତ କରିଛି । ଏଥିଲାଗି ମୁଁ ଆପଣମାନଙ୍କ ନିକଟରେ ଋଣୀ । ମିଶନ ଶକ୍ତିର ମାମାନେ ଭଲ କାମ କରୁଛନ୍ତି । ମିଶନ ଶକ୍ତିର ମା’ମାନଙ୍କୁ ୧ କୋଟି ୨୩ ଲକ୍ଷ ଟଙ୍କାର ସହାୟତା ରାଶି ଦିଆଯାଇଛି । ଏହି ଟଙ୍କାକୁ ବ୍ୟବହାର କରି ମା’ମାନେ ଉଦ୍ୟୋଗୀ ହେବେ । ବିକାଶ ପାଇଁ ସାଧାରଣ ଲୋକ ଦେଇଥିବା ପ୍ରସ୍ତାବକୁ ମୋ ସରକାରକୁ ଗ୍ରହଣ କରିଛନ୍ତି । ପାଇକମାଳ ପିଏଚସିକୁ ସିଏଚସି କରାଯାଇଛି । ପଦମପୁରରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟ ପାଇଁ ୯୦ କୋଟି ଟଙ୍କା ମଂଜୁର କରାଯାଇଛି । ପଦମପୁର ବର୍ଷକ ଭିତରେ ଜିଲ୍ଲା ହେବ । ମୁଁ ଯାହା ପ୍ରତିଶ୍ରୁତି ଦିଏ ତାକୁ ପୁରା କରେ । ମୁଁ କଥାରେ ନୁହେଁ, କାମରେ ବିଶ୍ୱାସ କରେ ।
ଏହି ସଭାରେ ଅନ୍ୟମାନଙ୍କ ମଧ୍ୟରେ ଭଟଲି ବିଧ।।ୟକ ସୁଶାନ୍ତ ସିଂହ, ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା ଓ ୫ଟି ସଚିବ ଭି.କେ.ପାଣ୍ଡିଆନ୍ ପ୍ରମୁଖ ଯୋଗ ଦେଇଥିଲେ ।
ସୁରକ୍ଷା ପାଇଁ ପୁଲିସ୍ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ମୋଟ୍ ୨୫ ପ୍ଲାଟୁନ୍ ଫୋର୍ସ ସୁରକ୍ଷା ଦାୟିତ୍ୱରେ ରହିବେ । ଏହାବାଦ୍ ୫ଜଣ ଏଏସ୍ପି, ୧୬ ଡିଏସ୍ପି, ୩୨ଜଣ ଆଇଆଇସି, ଶହେ ଜଣ ଏସ୍ଆଇ/ଏଏସ୍ଆଇ ନିୟୋଜିତ ହୋଇଛନ୍ତି ।