ଭୁବନେଶ୍ଵର, ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ଦିନର ସର୍ବୋଚ୍ଚ ତାପମାତ୍ରା ମାଲକାନଗିରିରେ ୩୬.୦ ଡ଼ିଗ୍ରୀ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା ଫୁଲବାଣୀରେ ୧୨.୦ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ପାର୍ବତ୍ୟାଚଂଳରେ ସର୍ବନିମ୍ନ ତାପମାତ୍ରା ଜି.ଉଦୟଗିରିରେ ୧୦.୦ ଡ଼ିଗ୍ରୀ ରେକର୍ଡ଼ ହୋଇଛି ।
ସେହିପରି ରାଜଧାନୀ ଭୁବନେଶ୍ଵରରେ ଦିନର ସର୍ବୋଚ୍ଚ ତାପମାତ୍ରା ୩୫.୩ ଡ଼ିଗ୍ରୀ ଏବଂ ସର୍ବନିମ୍ନ ତାପମାତ୍ରା ୧୯.୮ ଡ଼ିଗ୍ରୀ ରେକର୍ଡ଼ ହୋଇଛି । କଟକରେ ସର୍ବୋଚ୍ଚ ତାପମାତ୍ରା ୩୩ .୮ ଡ଼ିଗ୍ରୀ ଓ ସର୍ବନିମ୍ନ ତାପମାତ୍ରା ୧୯.୫ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିଛି । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।