ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭାରେ ତିନି ଦିବଙ୍ଗତ ସଦସ୍ୟଙ୍କ ଲାଗି ଶୋକ ପ୍ରସ୍ତାବ ଆଗତ କରିଥିଲେ । ଏହି ତିନି ସଦସ୍ୟ ହେଲେ ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ସ୍ୱର୍ଗତ ନବକିଶୋର ଦାସ, ପୂର୍ବତନ ବିଧାୟକ ଅର୍ଜୁନ ଚରଣ ଦାସ ଓ ଗଙ୍ଗାଧର ଦାସ ।
ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଓ ବିଧାୟକ ଲକ୍ଷ୍ମଣ ମୁଣ୍ଡା ଏହି ଶୋକ ପ୍ରସ୍ତାବକୁ ସମର୍ଥନ କରିଥିଲେ ଦିବଙ୍ଗତ ସଦସ୍ୟମାନଙ୍କ ଶ୍ରଦ୍ଧାଞ୍ଜଳି ଦେବା ଲାଗି ନିରବ ପ୍ରାର୍ଥନା କରାଯାଇଥିଲା । ଏହାପରେ ବିଧାନସଭାକୁ ଆସନ୍ତାକାଲି ପୂର୍ବାହ୍ନ ୧୦ଟା ଯାଏ ମୁଲତବୀ ଘୋଷଣା କରାଯାଇଥିଲା ।