
ଭୁବନେଶ୍ଵର, ରାଜ୍ୟରେ ବଢୁଛି ତାତି । ଆସନ୍ତା ୪ ଦିନ ଭିତରେ ରାଜ୍ୟର ଅନେକ ସ୍ଥାନରେ ପାରଦ ୨ରୁ ୪ ଡ଼ିଗ୍ରୀ ପର୍ଯ୍ୟନ୍ତ ବଢିବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।
ଗତ କିଛି ଦିନ ହେଲା ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ଦିନର ସର୍ବୋଚ୍ଚ ତାପମାତ୍ରା ତାଳଚେର, ନୟାଗଡ଼ ଏବଂ ବୌଦ୍ଧରେ ୩୮.୦ ଡ଼ିଗ୍ରୀ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା ଫୁଲବାଣୀରେ ୧୩.୦ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ପାର୍ବତ୍ୟାଚଂଳରେ ସର୍ବନିମ୍ନ ତାପମାତ୍ରା ଜି.ଉଦୟଗିରିରେ ୧୦.୨ ଡ଼ିଗ୍ରୀ ରେକର୍ଡ଼ ହୋଇଛି ।
ସେହିପରି ରାଜଧାନୀ ଭୁବନେଶ୍ଵରରେ ଦିନର ସର୍ବୋଚ୍ଚ ତାପମାତ୍ରା ୩୭.୦ ଡ଼ିଗ୍ରୀ ଏବଂ ସର୍ବନିମ୍ନ ତାପମାତ୍ରା ୨୧.୭ ଡ଼ିଗ୍ରୀ ରେକର୍ଡ଼ ହୋଇଛି । କଟକରେ ସର୍ବୋଚ୍ଚ ତାପମାତ୍ରା ୩୬ .୮ ଡ଼ିଗ୍ରୀ ଓ ସର୍ବନିମ୍ନ ତାପମାତ୍ରା ୨୩.୦ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
ଏଠାରେ ଉଲ୍ଲେଖଯୋଗ୍ୟ, ଗତକାଲି ୩୮.୩ ଡ଼ିଗ୍ରୀ ସହ ସୋନପୁର ଥିଲା ରାଜ୍ୟର ସବୁଠୁ ଉତପ୍ତ ସହର ।