
-
ବିଭିନ୍ନ ୨0 ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ :
-
0୪ ଗୋଟି ଅଭିଯୋଗ ର ତୁରନ୍ତ ସମାଧାନ :
ସୁବର୍ଣ୍ଣପୁର, ଆଜି ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ତରଭା ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର ଜିଲ୍ଳାପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୨0 ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୧୫ ଗୋଟି ଓ ସାମୁହିକ ଦରଖାସ୍ତ 0୫ ଗୋଟି ଗ୍ରହଣ କରାଯାଇଛି l ଗ୍ରହଣ କରାଯାଇଥିବା ଦରଖାସ୍ତ ମଧ୍ୟରୁ ଶିବିରରେ 0୪ ଗୋଟି ଅଭିଯୋଗ ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୧୬ ଟି ଆପତ୍ତି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l ବିଡିଓ, ତରଭା ଶ୍ରୀ ବିନୟ କୁମାର ପଟେଲ ଙ୍କ ତତ୍ୱାବଧାନ ରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଜିଲ୍ଳା ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ – ଶ୍ରୀ ନିହାର ରଞ୍ଜନ କଁହର ,ତରଭା ବ୍ଲକ ଅଧ୍ୟକ୍ଷ ଶ୍ରୀ ସରୋଜ କୁମାର କମ୍ପ , ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ ବିଶ୍ୱରଂଜନ ପତି,ଏସ ଇ- ପିଡବ୍ଲୁଡି ଇଂ ଦାମୋଦର କୈବର୍ତ୍ତ, କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ଆର ଡବ୍ଲୁ ଏସ ଏସ ଇଂ ବିଭୁ ପ୍ରସାଦ ପଣ୍ଡା, ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ଜିଲ୍ଲା ପରିବହନ ଅଧିକାରୀ ଅକ୍ଷୟ କୁମାର ଜେନା ଙ୍କ ସହ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ,ତହସିଲଦାର ତରଭା,ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l