ନୂଆପଡ଼ା,ସ୍ଥାନୀୟ ରାଜା ଆର୍ତ୍ତତ୍ରାଣ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ଖଡ଼ିଆଳ ଉପଖଣ୍ଡ ଚିକିତ୍ସାଳୟ ଆନୁକୂଲ୍ୟରେ ତମାଖୁ ମୁକ୍ତ ଶିକ୍ଷାନୁଷ୍ଠାନ ଉଦ୍ଦେଶ୍ୟ ନେଇ ଜାତୀୟ ତମାଖୁ ନିୟନ୍ତ୍ରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଅନୁଷ୍ଠିତ ସମାରୋହରେ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଅକ୍ଷୟ କୁମାର ରଥ ଅଧ୍ଯକ୍ଷତା କରିଥିବା ବେଳେ ସ୍ୱାସ୍ଥ୍ୟ ବିଭାଗ ତରଫରୁ କାଉନସେଲର ପୁଷ୍ପାଞ୍ଜଳି ଠାକୁର ଓ ଫିଜିଓ ଥେରାଫିଷ୍ଟ ପ୍ରକାଶ ରଞ୍ଜନ ମେହେର ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କୁ ତମାଖୁ ବ୍ଯବହାରର ଅପକାରିତା ଏବଂ ବିଭିନ୍ନ ରୋଗର କାରଣ ଓ ନିରାକରଣ , ବିଶେଷ କରି କର୍କଟ ରୋଗର ବିଶେଷ କାରଣ ତମାଖୁ ବୋଲି ଆଲୋଚନା କରିଥିଲେ। ବିଦ୍ୟାଳୟର ଶିକ୍ଷକ ଗୌରାଙ୍ଗ କୁମାର ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଶିକ୍ଷକ ଗୌରୀ ଶଙ୍କର ଦୁବେ ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଜ୍ଞାପନ କରିଥିବା ବେଳେ ଓ ବିଜ୍ଞାନ ଶିକ୍ଷକ ଅଶୋକ କୁମାର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ।