
ଭୁବନେଶ୍ୱର, ମେଂଚଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ର ଦ୍ୱାରା ଆୟୋଜିତ ଓଡ଼ିଶା ବ୍ରାଇଡାଲ ମେକ୍ଅପ୍ ପାଠ୍ୟକ୍ରମ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଉଦ୍ଯାପନୀ ଉତ୍ସବରେ ରାଜ୍ୟ ମିଶନ ଶକ୍ତି ବିଭାଗର କମିଶନର ତଥା ଶାସନ ସଚିବ ସୁଜାତା ଆର. କାର୍ତିକେୟନ୍ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ରାଜ୍ୟର ବିଭିନ୍ନ ଜିଲ୍ଲାର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀରୁ ଆସି ପ୍ରଶିକ୍ଷଣ ନେଉଥିବା ୪୦ ଜଣ କୃତୀ ମହିଳାଙ୍କୁ ‘ବ୍ରାଇଡ୍ ଅଫ୍ ଓଡ଼ିଶା’ ଉତରଣ ଏବଂ ପ୍ରଶିକ୍ଷଣ ପ୍ରମାଣପତ୍ର ପ୍ରଦାନପୂର୍ବକ ସେମାନଙ୍କୁ ଉତ୍ସାହିତ କରିଥିଲେ । ବିଶ୍ୱ ଦକ୍ଷତା କେନ୍ଦ୍ର ଦ୍ୱାରା ମହିଳା ସଶକ୍ତିକରଣ ପାଇଁ ଓଡ଼ିଶା ବ୍ରାଇଡାଲ୍ ମେକ୍ଅପ୍ ପାଠ୍ୟକ୍ରମ ଏକ ନୂତନ ଉଦ୍ୟମ । ଏପରି ପ୍ରଶିକ୍ଷଣ ଦ୍ୱାରା ସେମାନେ ଆତ୍ମନିର୍ଭରଶୀଳ ହୋଇପାରିବେ ଏବଂ ସେମାନଙ୍କ ଅଂଚଳର ଅନ୍ୟ ମହିଳାମାନଙ୍କୁ ତାଲିମ ଦେଇ ସ୍ୱାବଲମ୍ବୀ କରାଇବାରେ ସହାୟକ ହୋଇପାରିବେ ବୋଲି ମତବ୍ୟକ୍ତ କରିଥିଲେ ।
ଏହି ଅବସରରେ ବିଶ୍ୱ ଦକ୍ଷତା କେନ୍ଦ୍ରର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀମତୀ ଅଳକା ମିଶ୍ର, କେନ୍ଦ୍ରର ଅଧ୍ୟକ୍ଷ ସଂଗରଣ ଗୋପାଳ, ଉପାଧ୍ୟକ୍ଷ ଶୁଭଙ୍ଗ କିଶୋର ଦାସଙ୍କ ସମେତ ବିଭାଗୀୟ ବରିଷ୍ଠ ପଦାଧିକାରୀବୃନ୍ଦ ଉପସ୍ଥିତ ଥିଲେ ।