ଭୁବନେଶ୍ୱର, ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ କେବିକେ ଭବାନୀପାଟଣାର କ୍ଷୁଦ୍ର ଜଳସେଚନ ସର୍କଲର ଅତିରିକ୍ତ ମୁଖ୍ୟଯନ୍ତ୍ରୀ କନ୍ଦର୍ପ ପ୍ରଧାନଙ୍କ ସହ ଜଡିତ ବିଭିନ୍ନ ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି । ଭିଜିଲାନ୍ସ ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ମିଳିଥିବା ସୂଚନା ଅନୁସାରେ ଆଜି ତାଙ୍କ ଘର ସମେତ ୮ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ଚଢ଼ଉ ଜାରି ରହିଛି । ଭୁବନେଶ୍ୱରର ସ୍ୱତନ୍ତ୍ର ଭିଜିଲାନ୍ସ ବିଚାରପତିଙ୍କ ଦ୍ୱାରା ଜାରି ଆଦେଶ ବଳରେ ୪ଜଣ ଡିଏସପି, ୧୦ ଇନ୍ସପେକ୍ଟର ଏବଂ ଅନ୍ୟ କର୍ମଚାରୀଙ୍କ ନେତୃତ୍ୱରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଏକକାଳୀନ ଚଢ଼ଉ କରାଯାଉଥିବା ନେଇ ସୂଚନା ରହିଛି ।