-
ଯୁଗ ଯୁଗ ପାଇଁ ଅଦମ୍ୟ ସାହସ, ଓ ଅନନ୍ୟ ପରାକାଷ୍ଠାର ବାର୍ତ୍ତା ଦେଇ ଚାଲିବ ବିଜୁ ବାବୁଙ୍କ ଡାକୋଟା
-
ଭୁବନେଶ୍ୱର – ରଙ୍ଗେଇଲୁଣ୍ଡା ବିମାନସେବା ର ଶୁଭାରମ୍ଭ
-
ବିଧାନ ସଭାରେ ବିଜୁବାବୁଙ୍କୁ ଶ୍ରଦ୍ଧାଞ୍ଜଳି
ଭୁବନେଶ୍ୱର ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ । ଏହି ଅବସରରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଜାତି ଉଦ୍ଦେଶ୍ୟରେ ବିଜୁ ବାବୁଙ୍କ ଐତିହାସିକ ଡାକୋଟା ବିମାନକୁ ସମର୍ପଣ କରିଛନ୍ତି । ଡାକୋଟା । ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରେ ଏହି ବିମାନକୁ ଆଜି ସର୍ବସାଧାରଣଙ୍କ ପାଇଁ, ଓଡ଼ିଆ ମାନଙ୍କ ପାଇଁ ଓ ସାରା ଦେଶ ବାସୀଙ୍କ ପାଇଁ ସମର୍ପିତ କରିଛନ୍ତି ।
ସୂଚନା ଯୋଗ୍ୟ ଯେ ଏହି ବିମାନ କଲିକତା ବିମାନ ବନ୍ଦର ରେ ବର୍ଷ ବର୍ଷ ଧରି ପରିତ୍ୟକ୍ତ ଅବସ୍ଥାରେ ଥିଲା । ରାଜ୍ୟ ସରକାରଙ୍କ ଉଦ୍ୟମରେ ଏହାକୁ ଭୁବନେଶ୍ୱର ବିମାନ ବନ୍ଦରକୁ ଅଣା ଯାଇ ମରାମତି କରାଯାଇ ସମ୍ପୂର୍ଣ୍ଣ ନୂଆ ରୂପରେ ପ୍ରଦର୍ଶନ କରାଯାଇଛି ।
ଏହି ବିମାନରେ ରହିଛି ବିଜୁ ବାବୁଙ୍କର, ଜଣେ ଅଦମ୍ୟ ସାହସୀ ଓଡ଼ିଆ ଯୁବକଙ୍କର ବିରତ୍ୱ ଓ ପରାକାଷ୍ଠା ର କାହାଣୀ । ଏହି ବିମାନରେ ବିଜୁ ବାବୁ, ତାଙ୍କ ପତ୍ନୀ ଜ୍ଞାନ ପଟ୍ଟନାୟକଙ୍କ ସହିତ ଇଣ୍ଡୋନେସିଆ ଯାଇ ସେଠାକାର ସ୍ୱାଧନତା ସଂଗ୍ରାମୀ ମାନଙ୍କୁ ଡଚ୍ ମାନଙ୍କ କବଳରୁ ମୁକ୍ତ କରି ଭାରତ ଆଣିଥିଲେ । ସେ କାହାଣୀ ଆଜି ସମସ୍ତେ ଜାଣନ୍ତି । କିନ୍ତୁ ଆଜିଠାରୁ ସେହି ଐତିହାସିକ ଘଟଣାର ଜୀବନ୍ତ ସାକ୍ଷୀ କୁ ଦେଖିବାର ସୁଯୋଗ ପାଇବେ ଓଡ଼ିଶା ବାସୀ, ଦେଶ ବାସୀ ।
ଏହି ଅବସରରେ ମୁଖ୍ୟ ମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ଏହି ବିମାନ ଏବେ ଯୁଗ ଯୁଗ ଧରି ଓଡ଼ିଆ ମାନଙ୍କୁ ସାହସ, ବିରତ୍ୱ ଓ ଦେଶ ପାଇଁ ସମର୍ପଣ ଭାବର ବାର୍ତ୍ତା ଦେଇ ଚାଲିବ । ବିଶ୍ୱ ବାସୀଙ୍କ ସମ୍ମୁଖରେ ଓଡ଼ିଶାର ମର୍ଯ୍ୟାଦାକୁ ପ୍ରତିଷ୍ଠିତ କରିବ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର- ରଙ୍ଗେଇଲୁଣ୍ଡା ନନ ସିଡ୍ୟୁଲଡ ଫ୍ଲାଇଟର ଶୁଭାରମ୍ଭ ମଧ୍ୟ କରିଛନ୍ତି ।
ମୁଖ୍ୟମନ୍ତ୍ରୀ ପ୍ରଥମେ ଆଜି ବିଧାନ ସଭା ଯାଇ ସେଠାରେ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପ ମଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।