ଭୁବନେଶ୍ୱର, ଆସନ୍ତା ୨୬ ତାରିଖରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଭଦ୍ରକ ଆସିବେ ବୋଲି ବିଜେପି ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ଏ ସମ୍ପର୍କରେ ସେ ସୂଚନା ଦେଇଛନ୍ତି ଯେ ଲୋକସଭା ପ୍ରବାସ କାର୍ଯ୍ୟକ୍ରମ ଅନୁଯାୟୀ ସେ ଭଦ୍ରକଆସିବେ । ଗୃହମନ୍ତ୍ରୀ ଅମିତ ଶାହ ଭଦ୍ରକ ଲୋକସଭା ନିର୍ବାଚନ ମଣ୍ଡଳୀରେ ଦଳୀୟ ସମାବେଶରେ ଯୋଗ ଦେବେ । ଏହି ଅବସରରେ ସେ ବିଜେପିର ତୃଣମୂଳ ସ୍ତରର ନେତା ଓ କର୍ମୀଙ୍କ ସହ ଆଲୋଚନା ବି କରିବେ ।ସେ କହିଛନ୍ତି ଯେ କେନ୍ଦ୍ର ଗୃହମନ୍ତ୍ରୀ ଭଦ୍ରକର କେତେକ ଐତିହାସିକ ସ୍ଥଳ ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି ।
ସେ କହିଛନ୍ତି ଯେ ଅମିତ ଶାହଙ୍କର ଢେଙ୍କାନାଳ ଓ ଭଦ୍ରକ ଲୋକସଭା ନିର୍ବାଚନ ମଣ୍ଡଳୀରେ ପ୍ରବାସ କାର୍ଯ୍ୟକ୍ରମ ରହିଛି । ତେବେ ଏଥର ସେ ପ୍ରଥମେ ଭଦ୍ରକ ଆସିବେ । ତାଙ୍କର ଗସ୍ତ ଆଗାମୀ ଦିନେ ଦୁଇ ଦିନ ମଧ୍ୟରେ ଚୁଡାନ୍ତ ହୋଇଯିବ ।