ଭଦ୍ରକ, ଚଳିତ ମାର୍ଚ୍ଚ ମାସର ପ୍ରଥମ ମିଳିତ ଜନାଭିଯୋଗ ଶୁଣାଣି ଶିବିର ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦ୍ଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର, ଏସ୍.ପି. ବରୁଣ ଗୁ ୁପାଲି ଏହି ଶିବିରରେ ଯୋଗ ଦେଇ ସମୁଦାୟ ୧୨୨ଟି ଅଭିଯୋଗ ଶୁଣିଥିଲେ । ସେଥି ମଧ୍ୟରେ ୧୧୩ଟି ଅଭିଯୋଗ ବ୍ୟକ୍ତିଗତ ସମସ୍ୟା ଭି ିକ ଥିଲା ଓ ୧୯ଟି ସାମୂହିକ ସମସ୍ୟା ସମ୍ବନ୍ଧୀୟ ଥିଲା । ବ୍ୟକ୍ତିଗତ ଅଭିଯୋଗ ମଧ୍ୟରେ ୭ଟି ରେଡ଼୍କ୍ରସ୍ ସମ୍ବନ୍ଧୀୟ ଆବେଦନ ଥିଲା । ଅତିରିକ୍ତ ଜିଲ୍ଲାପାଳ ରାମଦାସ ଟୁଡ଼ୁ, ସି.ଡ଼ି.ଓ ପ୍ରତାପ ପ୍ରୀତିମୟ, ଉପଜିଲ୍ଲାପାଳ ମନୋଜ ପାତ୍ର, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ା. ସନ୍ତୋଷ କୁମାର ପାତ୍ର, ଅତିରିକ୍ତ ଉପଜିଲ୍ଲାପାଳ ଡ଼. ଲକ୍ଷ୍ମୀ ପ୍ରସାଦ ସାହୁ ପ୍ରମୁଖ ଏହି ଶୁଣାଣି ଶିବିରରେ ଯୋଗ ଦେଇ ଶୁଣାଣି କାର୍ଯ୍ୟରେ ଜିଲ୍ଲାପାଳଙ୍କୁ ସହଯୋଗ କରିଥିଲେ ।
Related Stories
November 22, 2024