-
ରାଜ୍ୟର ମୋଟ ୩୨୧୮ଟି କେନ୍ଦ୍ରରେ ପରୀକ୍ଷା ଦେଲେ ପରୀକ୍ଷାର୍ଥୀ
ଭୁବନେଶ୍ୱର, ଆଜିଠାରୁ ରାଜ୍ୟରେ ମାଟ୍ରିକ୍ ପରୀକ୍ଷା ଆରମ୍ଭ ହୋଇଛି। ପରୀକ୍ଷାର ପ୍ରଥମ ଦିନରେ ପରୀକ୍ଷାର୍ଥୀମାନେ ସକାଳ 8ଟାରୁ ମାତୃଭାଷା ପରୀକ୍ଷା ଦେଇଛନ୍ତି। ରାଜ୍ୟର ମୋଟ ୩୨୧୮ଟି ପରୀକ୍ଷା କେନ୍ଦ୍ରରେ ଏହି ପରୀକ୍ଷା ପିଲା ମାନେ ପରୀକ୍ଷା ଦେଇଛନ୍ତି । ଏହି ପରୀକ୍ଷା ପାଇଁ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ଓ ବୋର୍ଡ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲ ।
ପରୀକ୍ଷାର୍ଥୀଙ୍କ ପାଇଁ ସକାଳ ୭ଟାରୁ ପରୀକ୍ଷା କେନ୍ଦ୍ର ଖୋଲା ରହିଥିଲା। ପିଲା ମାନଙ୍କୁ ମଧ୍ୟ ସକାଳ 7ଟାରୁ ପରୀକ୍ଷା କେନ୍ଦ୍ରରେ ପହଂଚିବାକୁ କୁହା ଯାଇଥିଲା ।
ପରୀକ୍ଷା ପୂର୍ବାହ୍ନ ୧୦ଟାରେ ସରିବ। କେବଳ ଗଣିତ ପରୀକ୍ଷା ୧୦ଟା ୧୫ରେ ସରିବ। ପରୀକ୍ଷା ମାର୍ଚ୍ଚ ୨୦ତାରିଖ ପର୍ଯ୍ୟନ୍ତ ଚାଲିବ।