
ଭୁବନେଶ୍ୱର, ପଶ୍ଚିମା-ଝଡ ପ୍ରଭାବରେ ୨୪ ଘଂଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର । ଏହି ଜିଲ୍ଲାଗୁଡିକ ହେଲା କେନ୍ଦୁଝର, ମୟୁରଭଂଜ, ବାଲେଶ୍ୱର, କନ୍ଧମାଳ , କଳାହାଣ୍ଡି , ନବରଙ୍ଗପୁର, ନୂଆପଡା ଓ କୋରାପୁଟ ।