ଭୁବନେଶ୍ୱର, ଆଇୟୁପିଏସି ପୁରସ୍କାର ପାଇଁ ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ମହାନ୍ତି ମନୋନୀତ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ସେ ଟ୍ୱିଟ କରି କହିଛନ୍ତି ଯେ -ଦେଶର ପ୍ରଥମ ମହିଳା ଭାବେ ସମ୍ମାନଜନକ ଆଇୟୁପିଏସି ୨୦୨୩ ପୁରସ୍କାର ପାଇବାକୁ ମନୋନୀତ ହୋଇଥିବା ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ମହାନ୍ତିଙ୍କୁ ଶୁଭେଚ୍ଛା ଜଣାଉଛି । ରସାୟନ ବିଜ୍ଞାନ କ୍ଷେତ୍ରରେ ସେ ଅର୍ଜନ କରିଥିବା କୃତିତ୍ୱ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ । ଆଗାମୀ ଦିନରେ ତାଙ୍କର ଆହୁରି ସଫଳତା କାମନା କରୁଛି ।