ଭୁବନେଶ୍ୱର, ଓଡିଶାରେ ଋଣ ଭାର ଭଲ ସ୍ଥିତିରେ ଅଛି । ଋଣ ଭାର ତୁଳନାରେ ମୁଣ୍ଡ ପିଛା ଆୟ ଅଧିକ ରହିଛି । ବିଧାନସଭା ପ୍ରଶ୍ନକାଳରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ପ୍ରଶ୍ନର ଉତରରେ ଅର୍ଥ ମନ୍ତ୍ରୀ ନିରଂଜନ ପୁଜାରୀ ଏହି ସୂଚନା ଦେଇଛନ୍ତି ।
ସେ କହିଛନ୍ତି ଯେ ୨୦୨୨ ମାର୍ଚ୍ଚ ଶେଷ ସୁଦ୍ଧା ରାଜ୍ୟର ମୁଣ୍ଡ ପିଛା ଋଣ ହାର ୨୨ ହଜାର ୪୨ ଟଙ୍କା ଥିବା ବେଳେ, ମୁଣ୍ଡ ପିଛା ଆୟ ପରିମାଣ ୧ ଲକ୍ଷ ୨୮ ହଜାର ୮୭୩ ଟଙ୍କା ରହିଛି । ୧୯୯୯ ମସିହାରେ କଂଗ୍ରେସ ସରକାର ଥିବା ସମୟରେ ରାଜ୍ୟର ମୁଣ୍ଡ ପିଛା ଋଣ ଭାର ଥିଲା ୪ ହଜାର ୯୧୮ ଟଙ୍କା । ଏଥିସହ ମୁଣ୍ଡ ପିଛା ଆୟ ଥିଲା ୧୩ ହଜାର ୧୨ ଟଙ୍କା ।