ଭୁବନେଶ୍ୱର, ରାଜ୍ୟରେ ଆଗାମୀ ୧୯ ତାରିଖ ଯାଏଁ ପଶ୍ଚିମା-ଝଡ଼ ର ପ୍ରଭାବ ସମ୍ଭାବନା ରହିଛି । ଏଥିଯୋଗୁଁ ୧୫ରୁ ୧୯ ତାରିଖ ମଧ୍ୟରେ ରାଜ୍ୟରେ ବିଜୁଳି ଘଡଘଡି ସହ ଝଡ-ପବନ ଘଂଟା ପ୍ରତି ୪୦ ରୁ ୫୦ କିମି ସମ୍ଭାବନା ରହିଛି । ୧୭ ରୁ ବର୍ଷାର ବିସ୍ତୃତି ବଢିବ ବୋଲି ସୂଚନା ଦେଇଛି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର । ବୁଧବାର ସକାଳୁ ଏହାର ପ୍ରଭାବ ଦେଖିବାକୁ ମିଳିଛି । ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଆକାଶ ମେଘାଛନ୍ନ ରହିଥିବା ବେଳେ କିଛି ସ୍ଥାନରେ ବର୍ଷା ହେବାର ସୂଚନା ମିଳିଛି ।
ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ପଶ୍ଚିମା ଝଡ଼ ପ୍ରଭାରେ ଆଜି ରାଜ୍ୟର ୧୩ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼,ମୟୂରଭଂଜ,ଢେଙ୍କାନାଳ,ଅନୁଗୋଳ, କନ୍ଧମାଳ,କଳାହାଣ୍ଡି, ରାୟଗଡ଼ା, ମାଲକାନଗିରି,କୋରାପୁଟ, ନବରଙ୍ଗପୁର ଓ ନୂଆପଡ଼ା ।