-
ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି : ପରିବହନ ମନ୍ତ୍ରୀ
ଭୁବନେଶ୍ୱର,ଡ୍ରାଇଭର ସଙ୍ଘର ଷ୍ଟିୟରିଂ ଛାଡ଼ ଧର୍ମଘଟକୁ ନେଇ ବିଭାଗ ପକ୍ଷରୁ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି । ଡ୍ରାଇଭର ସଙ୍ଘର ଯାହା ଯାହା ଦାବି ରହିଛି ସେଗୁଡିକୁ ଆଲୋଚନାକୁ ନିଆଯିବ ବୋଲି ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ ମନ୍ତ୍ରୀ ଟୁକୁନି ସାହୁ ପ୍ରତିକ୍ରିୟା ଦେଇଛନ୍ତି ।
ସେ କହିଛନ୍ତି ଏହି ଆନ୍ଦୋଳନ ଯୋଗୁଁ ସାଧାରଣ ଲୋକ ହଇରାଣ ହରକତ ହେଉଛନ୍ତି । ଡ୍ରାଇଭର ସଂଘର ଦାବି ନେଇ ମୁଖ୍ୟମନ୍ତ୍ରୀ ସକାରାତ୍ମକ ଭାବେ ଚିନ୍ତା କରୁଛନ୍ତି । ଅନ୍ୟପଟେ ଧର୍ମଘଟ ନ କରିବା ପାଇଁ ଗତ କାଲି ଡ୍ରାଇଭର ସଙ୍ଘକୁ ନିବେଦନ କରାଯାଇଥିଲା ।