ଭୁବନେଶ୍ଵର, ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ଦିନର ସର୍ବୋଚ୍ଚ ତାପମାତ୍ରା ମାଲକାନଗିରିରେ ୩୫.୭ ଡ଼ିଗ୍ରୀ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା ଜଗତସିଂହପୁରରେ ୧୬.୮ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ସେହିପରି ରାଜଧାନୀ ଭୁବନେଶ୍ଵରରେ ଦିନର ସର୍ବୋଚ୍ଚ ତାପମାତ୍ରା ୩୧.୬ ଡ଼ିଗ୍ରୀ ଏବଂ ସର୍ବନିମ୍ନ ତାପମାତ୍ରା ୨୦.୦ ଡ଼ିଗ୍ରୀ ରେକର୍ଡ଼ ହୋଇଛି । କଟକରେ ସର୍ବୋଚ୍ଚ ତାପମାତ୍ରା ୨୯ .୫ ଡ଼ିଗ୍ରୀ ଓ ସର୍ବନିମ୍ନ ତାପମାତ୍ରା ୨୧.୦ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Related Stories
November 25, 2024