
ନୂଆପଡ଼ା,ନୂଆପଡ଼ା ଜିଲ୍ଲା ସିନାପାଲି ଥାନା ଅନ୍ତର୍ଗତ ଚଉଁରା ଗ୍ରାମରେ ଘଟିଯାଇଛି ଏକ ଅଭାବନୀୟ ଘଟଣା । ଗ୍ରାମର ଝରନି ପୋଖରୀକୁ ଗାଧୋଇବାକୁ ଯାଇଥିବା ବେଳେ ପୋଖରୀରେ ବୁଡ଼ି ଦୁଇ ଶିଶୁଙ୍କ ମୃତ୍ୟୁ ହୋଇଛି। ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଥିବା ଦୁଇ ଶିଶୁ ହେଲେ ବୃଷଭ ବନ୍ଦୀଛୋର ଏବଂ ଅମିତ ବନ୍ଦୀଛୋର ବୋଲି ଜଣାପଡିଛି। ଖବର ପାଇ ପରିବାର ଲୋକେ ପୋଖରୀ ନିକଟକୁ ଯାଇଥିଲେ। ଦୁଇ ଶିଶୁକୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ସିନାପାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ତେବେ ମେଡିକାଲରେ ପହଞ୍ଚିବା ଆଗରୁ ଦୁଇ ଶିଶୁଙ୍କ ମୃତ୍ୟୁ ହୋଇଥିବା ସିନାପାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତର ମୋନାଲୀ ପ୍ରିୟଦର୍ଶିନୀ ପ୍ରକାଶ କରିଛନ୍ତି। ଏହି ଘଟଣାକୁ ନେଇ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ଏମାନେ ଅତ୍ୟନ୍ତ ଗରିବ ଶ୍ରେଣୀର ହୋଇଥିବା ବେଳେ ଏମାନଙ୍କ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ଦାବୀ କରିଛନ୍ତି।